ସତ୍ୟଶିଖା( ଭୁବନେଶ୍ୱର )୨୮.୧୦.୨୦୨୨: ଏଣିକି ରାଜ୍ୟର ସମସ୍ତ ମୋ’ ସେବା କେନ୍ଦ୍ରରେ ମିଳିବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ପାଇଁ ବୁକିଂ ସୁବିଧା । ଫଳରେ ଗାଡି ମାଲିକମାନେ ନିଜ ନିଜର ଗାଡି ପାଇଁ ନିକଟସ୍ଥ ମୋ’ ସେବା କେନ୍ଦ୍ରକୁ ଯାଇ ବୁକିଂ କରିପାରିବେ । ରାଜ୍ୟ ପରିବହନ କର୍ତ୍ତୃପକ୍ଷ(STA) ଏନେଇ ପ୍ରେସ୍ ରିଲିଜ ଜାରି କରିଛନ୍ତି ।
ଏହାବାଦ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଏନେଇ ଓକାକ୍କୁ ଅନୁରୋଧ କରିବା ପରେ ଓକାକ୍ ପକ୍ଷରୁ ସମସ୍ତ ମୋ’ ସେବା କେନ୍ଦ୍ରରେ ବୁକିଂ କରିବା ପାଇଁ ବ୍ୟବସ୍ଥା ହୋଇଛି ।
ଫଳରେ ଲୋକେ ସେଠାକୁ ଯାଇ ନିଜ ନିଜ ଗାଡିର ହାଇ ସିକ୍ୟୁରିଟି ନମ୍ବର ପାଇଁ ପଞ୍ଜୀକରଣ କରିପାରିବେ । ତା’ ସହ ରାଜ୍ୟର ସମସ୍ତ ଆରଟିଓ ଅଫିସ୍ରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ପାଇଁ ହେଲ୍ପ ଡେସ୍କର ବ୍ୟବସ୍ଥା କରାଯାଇଛି ।
ସୂଚନାଯୋଗ୍ୟ, ଯେଉଁମାନଙ୍କ ଗାଡ଼ିର ନମ୍ବରର ଶେଷ ଅଙ୍କ ୧,୨,୩ ଓ ୪ ଥିବ ସେମାନଙ୍କ ପାଇଁ ହାଇସିକ୍ୟୁରିଟି ପ୍ଲେଟ୍ ଲଗାଇବାର ସମୟସୀମା ଅକ୍ଟୋବର ୩୧ ବୋଲି ଧାର୍ଯ୍ୟ କରାଯାଇଛି।
ସେହିପରି ଯେଉଁମାନଙ୍କ ଗାଡ଼ି ନମ୍ବରର ଶେଷ ଅଙ୍କ ୫ ଓ ୬ ରହିଛି, ସେମାନଙ୍କ ପାଇଁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାର ସମୟସୀମା ୩୦ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶେଷ ଅଙ୍କ ୭ ଓ ୮ ଥିବା ଗାଡ଼ିଗୁଡ଼ିକରେ ପ୍ଲେଟ୍ ଲଗାଇବା ପାଇଁ ଶେଷ ତାରିଖ ଡିସେମ୍ବର ୩୧ ରଖାଯାଇଛି। ଯେଉଁ ଗାଡ଼ି ଗୁଡ଼ିକର ନମ୍ବରର ଶେଷ ଅଙ୍କ ୯ ଓ ୦ ଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବା ପାଇଁ ସମୟସୀମାକୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି।
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
