ସତ୍ୟଶିଖା (ଭୁବନେଶ୍ୱର) ୨୫/୧୧/୨୦୨୦: ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍ । ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।
ଭୁବନେଶ୍ୱରର ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଜାରି ରହିଛି । ଏହାସହ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ମଧ୍ୟ ଚଢାଉ କରାଯାଇଛି । ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।