ନ୍ୟୁଜ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମ ଦିନ ଅବସରରେ ଓଡ଼ିଶାର ଲାଗିବ ୭୫ ହଜାର ବୃକ୍ଷ l


ସତ୍ୟଶିଖା ୦୧/୦୮/୨୦୨୫: ସେପ୍ଟେମ୍ବର ୧୭ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସରେ ଲାଗିବ ଏହି ଗଛ । ଲୋକସେବା ଭବନରେ ଏକ୍ ପେଡ୍ ମା କେ ନାମ୍ ଅଭିଯାନ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି ।ଗତବର୍ଷ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ୍ ପେଡ ମା କେ ନାମ୍ ଅଭିଯାନ ଆରମ୍ଭ ହୋଇଥିଲା । ଚଳିତବର୍ଷ ଜୁନ୍ ୫ରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହାର ଦ୍ୱିତୀୟ ସଂସ୍କରଣ ଏକ ପେଡ୍ ମା କେ ନାମ୍ ୨.୦ ଚାଲିବ । ଦ୍ୱିତୀୟ ସଂସ୍କରଣର ଏହି କାର୍ଯ୍ୟକ୍ରମରେ ସର୍ବନିମ୍ନ ୭.୫ କୋଟି ଚାରା ରୋପଣ ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଗତବର୍ଷ ଏହି କାର୍ଯ୍ୟକ୍ରମରେ ଓଡିଶା ୬.୭୨ କୋଟି ଗଛ ଲଗାଇ ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା ।