ନ୍ୟୁଜ୍ରାଜନୀତିରାଜ୍ୟ

ଡିସିପି ଅଫସ୍ ଘେରିଲା ବିଜେପି ଯୁବମୋର୍ଚ୍ଚା

ସତ୍ୟଶିଖା(ଭୁବନେଶ୍ୱର )୨୮.୧୦ .୨୦୨୧: ମହାଲିଙ୍ଗ କଲେଜ ଅଧ୍ୟକ୍ଷା ମମିତା ମେହେରଙ୍କ ମୃତୁ୍ୟ ମାମଲାରେ ଜୋର ଧରିଛି ରାଜନୀତି । ମମିତାଙ୍କୁ ନ୍ୟାୟ ଦେବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିରୋଧୀଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଭୂମିକା ସନେ୍ଦହପୂର୍ଣ୍ଣ ରହିଥିବା ଅଭିଯୋଗ କରି ତାଙ୍କ ବହିଷ୍କାର ଓ ଗିରଫ ଦାବି କରି ଆଜି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଡିସିପି ଅଫସ ଘେରାଉ କରାଯାଇଛି । ଘଟଣାର ସିବିଆଇ ତଦନ୍ତ ଦାବିରେ ବିଜେପି ଯୁବମୋର୍ଚ୍ଚା ବିକ୍ଷୋଭ ପ୍ରଦର୍ଶନ କରିଛି ।
ଏହି ଆନେ୍ଦାଳନ ସମୟରେ ପୋଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ଏଥିପାଇଁ ଅନେକ ବିଜେପିକର୍ମୀଙ୍କୁ ଉଠାଇ ନେଇଛି ପୋଲିସ ।

Show More
Back to top button