ସତ୍ୟଶିଖା :୨୪/୦୬/୨୦୨୫:ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ। ଏହାପରେ ଦତ୍ତମହାପାତ୍ର ସେବାୟତ ମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ।
ତେବେ ଆଜି ଏହି ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି କରିବେ। ସେପଟେ ଆଉ ମାତ୍ର ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।