Uncategorizedରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି; ଦୈନିକ ସଂକ୍ରମଣ ସଂଖ୍ୟା ୧୦୦ ପାର୍

ସତ୍ୟଶିଖା,(ଭୁବନେଶ୍ୱର) ୧୯.୦୩ .୨୦୨୧ : ରାଜ୍ୟରେ କରୋନାକୁ ବର୍ଷେ ପୁରିଛି । ଏବେବି ଲୋକଙ୍କ ମନରୁ ଯାଇନି କୋଭିଡ଼ ଭୟ । ତେବେ ଏସବୁ ଭିତରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Show More
Back to top button