

ସତ୍ୟଶିକ୍ଷା (ଭଦ୍ରକ) ୨୩.୦୯.୨୦୨୦ : ସେବା ସପ୍ତାହ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଜିଲ୍ଲା ବିଜେପି ତରଫରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ବିଜେପି ସେବା ସପ୍ତାହ ପାଳନ କରିଥିଲା । ଏହି ଅବସରରେ ଭଦ୍ରକ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଛି ।
ବିରୋଧୀଦଳ ଉପନେତା ବିଷ୍ଣୁ ସେଠୀ, ବିଜେପି ନେତା ବଦ୍ରିନାରାୟଣ ଧଳଙ୍କ ସହ ବହୁ ବିଜେପି ନେତା ସାମିଲ ହୋଇଥିଲେ । ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ରେଡକ୍ରସ ଶାଖାର ଡାକ୍ତର ଓ କର୍ମଚାରୀଙ୍କ ଉପସ୍ଥିତିରେ ରକ୍ତ ସଂଗ୍ରହ କରଯାଇଥିଲା । ୪୫ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ କରାଯାଇଛି ।