ଓଡ଼ିଶାରୁ ୧୩ ରାଜ୍ୟକୁ ଅମ୍ଳଜାନ ଯୋଗାଣ ଜାରି

ସତ୍ୟଶିଖା(ଭୁବନେଶ୍ୱର) ୧୫ .୦୫.୨୦୨୧: ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଅମ୍ଳଜାନ ଯୋଗାଣ କାର୍ଯ୍ୟ ଜାରି ରହିଛି। ଅଦ୍ୟାବଧି ୬୯୧ଟି ଟ୍ୟାଙ୍କର୍‍ ଯୋଗେ ୧୨୭୩୫.୨୯୪ ଟନ୍‍ରୁ ଅଧିକ ଅମ୍ଳଜାନ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଅନୁଗୁଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର, ମଧ୍ୟପ୍ରଦେଶ, ତାମିଲନାଡ଼ୁ, ମହାରାଷ୍ଟ୍ର, ଉତରପ୍ରଦେଶ, ହରିୟାଣା ଓ ରାଜସ୍ଥାନ ଭଳି ୧୩ ରାଜ୍ୟକୁ ଅମ୍ଳଜାନ ପଠାଯାଇଛି। ଅମ୍ଳଜାନ ନେଇ ଯାଉଥିବା ଟ୍ୟାଙ୍କର୍‍ଗୁଡ଼ିକର ସହଜ ଯାତାୟତ ନିମନ୍ତେ ଏକ ସ୍ୱତନ୍ତ୍ର ଗ୍ରୀନ୍‍ କରିଡ଼ର୍‍ ପ୍ରସ୍ତୁତ କରାଯାଇଛି। ରାଜ୍ୟ ତଥା ରାଜ୍ୟ ଦେଇ ବାହାରକୁ ଅମ୍ଳଜାନ ନେଇ ଯାଉଥିବା ଟ୍ୟାଙ୍କର୍‍ଗୁଡ଼ିକର ଯାତାୟତରେ ଯେମିତି କିଛି ଅସୁବିଧା ନ ଉପୁଜିବ ସେ ନେଇ ରାଜ୍ୟ ପୋଲିସ୍‍ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Exit mobile version