ନ୍ୟୁଜ୍ରାଜ୍ୟ

ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସତ୍ୟଶିଖା ( ନୟାଗଡ଼ )୧୮ /୧୧ /୨୦୨୧: ନୟାଗଡ଼ ଜିଲ୍ଲାର ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ରୁଷିନାଥ ବରାଳଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଛି।

ନୟାଗଡ଼, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାର ୪ ଟି ସ୍ଥାନରେ ୪ଟି ଟିମ୍ ଏକକାଳୀନ ଭିଜିଲାନ୍ସ ହେଉଛି। ୪ ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହଛି।  ବର୍ତ୍ତମାନ ସୁଦ୍ଧା ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା, ଗୋଟିଏ ୪ ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଜବତ ହୋଇଛି।

Show More
Back to top button