ନ୍ୟୁଜ୍ଶିକ୍ଷା

ଯୁକ୍ତ ଦୁଇ କଳା ରେଜଲ୍ଟ ସେପ୍ଟେମ୍ୱର 5ରେ l

ସତ୍ୟଶିଖା ( ଭୁବନେଶ୍ୱର ) ୩ .୦୯.୨୦୨୦ : ସେପ୍ଟେମ୍ୱର 5 ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ସେପ୍ଟେମ୍ୱର 5 ତାରିଖ ଅପରାହ୍ନ 4ଟାରେ ଫଳ ପ୍ରକାଶ ପାଇବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।
ସୂଚନାଯୋଗ୍ୟ ଯେ, ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି । ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା ।

Show More
Back to top button