ଜୀବନମନ୍ତ୍ରନ୍ୟୁଜ୍ରାଜ୍ୟସ୍ପେଶାଲ୍ ରିପୋର୍ଟସ୍ୱାସ୍ଥ୍ୟ
ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର ୧୫।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୨୧୧୪୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।