

ସତ୍ୟଶିଖା(ଭୁବନେଶ୍ୱର) ୧୬.୦୭.୨୦୨୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ସରକାରୀ ତତ୍ପରତା ପ୍ରକାଶ ପାଇଛି । ବାଲଟ୍ ବକ୍ସ ସମ୍ପର୍କରେ ସୂଚନା ଦେବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କେତେ ପରିମାଣର ବାଲଟ୍ ବକ୍ସ ଅଛି ଜଣାଇବା ପାଇଁ ରାଜ୍ୟ ନିର୍ବାଚନ କମିଶନର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ କେତେ ପରିମାଣର ବାଲଟ୍ ବକ୍ସ ଅଛି ୨୬ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେଲେ ୨୦୨୨ ଆରମ୍ଭରୁ ହିଁ ନିର୍ବାଚନୀ ମାହୋଲ ସରଗରମ ହେବ ବୋଲି ଚର୍ଚ୍ଚା ହେଉଛି । ଅନ୍ୟପଟେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ସବିଶେଷ ତଥ୍ୟ ରାଜ୍ୟ ନିର୍ବାଚନ କମିଶନଙ୍କୁ ଜଣାଇବେ ସରକାର । ଏନେଇ ସରକାରଙ୍କୁ ରାଜ୍ୟ ନିର୍ବାଚନ କମିଶନ ଚିଠି ମଧ୍ୟ ଲେଖିଛନ୍ତି । ସେପଟେ ତିନ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ।