

ସତ୍ୟଶିଖା : ୨୫/୦୨/୨୦୨୫: ଦୁଇ ଦିନିଆ ଆସାମ ଗସ୍ତରେ ପ୍ରଧାନମନ୍ତ୍ରୀ । ଆଜି ଗୁଆହାଟୀରେ ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀକୁ ଉଦଘାଟନ କରିବେ ମୋଦି । ଏହି କାର୍ଯ୍ୟକ୍ରମରେ ଔଦ୍ୟୋଗିକ ବିକାଶ, ବ୍ୟାବସାୟିକ ସହଭାଗିତା, MSME ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା ହେବ । ସମ୍ମିଳନୀରେ ବିଭିନ୍ନ ଆନ୍ତର୍ଜାତିକ ସଙ୍ଗଠନ, ୱାଲ୍ଟ ଲିଡର ଏବଂ ନିବେଶକ, ପଲିସି ମେକର , ଉଦ୍ୟୋଗ ବିଶେଷଜ୍ଞ, ଷ୍ଟାର୍ଟ ଅପ୍ ଏବଂ ଛାତ୍ରମାନେ ଅଂଶ ଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସନ୍ଧ୍ୟାରେ ଆସାମର ଗୁଆହାଟୀରେ ଏକ ମେଗା ଝୁମୋଇର ବିନନ୍ଦିନୀ ୨୦୨୫ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।
ପ୍ରଧାନମନ୍ତ୍ରୀ ଗୁଆହାଟୀରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଏହି ଝୁମୋଇରର ସମସ୍ତ କଳାକାରଙ୍କ ଚମତ୍କାର ପ୍ରସ୍ତୁତି ଚା’ ବଗିଚାର ସୁଗନ୍ଧ ଏବଂ ସୌନ୍ଦର୍ଯ୍ୟକୁ ପ୍ରତିଫଳିତ କରୁଛି । ଝୁମର ଓ ଚା’ ବଗିଚା ସଂସ୍କୃତି ସହିତ ଯେମିତି ଲୋକମାନଙ୍କର ବିଶେଷ ସମ୍ପର୍କ ରହିଛି, ସେହିଭଳି ତାଙ୍କର ମଧ୍ୟ ସମାନ ସମ୍ପର୍କ ରହିଛି ବୋଲି ସେ କହିଥିଲେ।