ସତ୍ୟଶିକ୍ଷା ୨୮.୦୯.୨୦୨୦ : ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ । ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଛନ୍ତି ୧,୫୮,୫୪୦ ଜଣ । ମୋଟ ୧୦୨୯ଟି ଶିକ୍ଷାନୁଷ୍ଠାନ ପାଇଁ ନାମଲେଖା ହେବ । ଆସନ୍ତା ୧ ତାରିଖ ସୁଦ୍ଧା ଅନଲାଇନରେ ଫି ଦାଖଲ କରିପାରିବେ ଛାତ୍ରଛାତ୍ରୀ । କାଲିଠୁ ଅକ୍ଟୋବର ୨ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ଅକ୍ଟୋବର ୮ରେ ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଟ ଅଫ ମାର୍କ ପ୍ରକାଶ ପାଇଛି । ଅଧିକାଂଶ ବିଭାଗରେ ଭୁବନେଶ୍ୱରର ବିଜେବି ମହାବିଦ୍ୟାଳୟ ଆଗରେ ରହିଛି ।
ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ l
