

ସତ୍ୟଶିଖା(ଭୁବନେଶ୍ୱର) ୨୦ .୦୫.୨୦୨୧: ମେ’ ୯ ତାରିଖରେ କରୋନାରେ ଆଖି ବୁଜିଥିଲେ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ମେ’ ୧୯ ତାରିଖରେ ଅର୍ଥାତ୍ ଗତକାଲି ପ୍ରାଣ ହରାଇଥିଲେ ତାଙ୍କ ସାନ ପୁଅ ତଥା ପୂର୍ବତନ ରଣଜୀ କ୍ରିକେଟର ପ୍ରଶାନ୍ତ ମହାପାତ୍ର। ଆଉ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ତାଙ୍କ ବଡ଼ ପୁଅ ଯଶୋବନ୍ତ ମହାପାତ୍ର। ସେ ବି କରୋନାରେ ଆକ୍ରାନ୍ତ ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କ ୫୨ ବର୍ଷ ହୋଇଥିଲା। ବାପା ଓ ସାନ ଭାଇଙ୍କ ଭଳି ଯଶୋବନ୍ତ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ତେବେ ରଘୁନାଥ ଓ ପ୍ରଶାନ୍ତଙ୍କ ମୃତ୍ୟୁ ପରେ ପରିବାର ଲୋକେ ଗତକାଲି ଯଶୋବନ୍ତଙ୍କୁ ସେଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରି ଦେଇଥିଲେ। ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଡାକ୍ତରଙ୍କ ଶତ ଚେଷ୍ଟା ସତ୍ତ୍ୱେ ଆଜି ଦିନ ପ୍ରାୟ ଗୋଟାଏ ବେଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
ବାପା ଓ ସାନ ଭାଇଙ୍କ ଭଳି ଯଶୋବନ୍ତ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ତେବେ ରଘୁନାଥ ଓ ପ୍ରଶାନ୍ତଙ୍କ ମୃତ୍ୟୁ ପରେ ପରିବାର ଲୋକେ ଗତକାଲି ଯଶୋବନ୍ତଙ୍କୁ ସେଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରି ଦେଇଥିଲେ। ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଡାକ୍ତରଙ୍କ ଶତ ଚେଷ୍ଟା ସତ୍ତ୍ୱେ ଆଜି ଦିନ ପ୍ରାୟ ଗୋଟାଏ ବେଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।