ନ୍ୟୁଜ୍ରାଜ୍ୟ

ସକ୍ରିୟ ହେଲା ଅବପାତ,ଏହି ସବୁ ସ୍ଥାନରେ ବର୍ଷିବ

ସତ୍ୟଶିଖା(ଭୁବନେଶ୍ୱର) ୧୧.୧୧.୨୦୨୧:  ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି।  ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହେବା ଫଳରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ରହିବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦନ ହେବ ପାଗ ଶୁଣିଲା ରହିଛି।  ହେଲେ ସକାଳ ଓ  ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି।  ଏହା ସହ କିଛି ସ୍ଥାନରେ କୁହୁଡି ପଡ଼ିଥିବା ଦେଖିବାକୁ ମିଳିଛି। ଦାରିଙ୍ଗିବାଡିରେ ଅଧିକ ଶୀତ ଅନୁଭୂତ ହେଉଛି।

Show More
Back to top button