ସତ୍ୟଶିଖା( ଭୁବନେଶ୍ୱର )୦୫ .୦୭ . ୨୦୨୨: ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟକୁ ୪ ଦିନ ପୂରିଥିବା ବେଳେ ଆଜି ଆସିଛି ତାଙ୍କ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ଅଛି। ବେକରେ ଫାଶି ଦେବାରୁ ଶ୍ୱାସରୁଦ୍ଧ ହୋଇଥିବା ରିପୋର୍ଟରେ ଉଲ୍ଲେଖ ଅଛି ।
ଆଜି ବ୍ୟବଚ୍ଛେଦ ରିପୋର୍ଟ ଆସିଥିବା ବେଳେ ଏନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ମିଳିଛି। ଏଥିସହ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା ଲ୍ୟାବ ପଠାଯାଇଛି ବୋଲି ପୁଲିସ୍ ଅଧିକାରୀ କହିଛନ୍ତି।