ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି ସମ୍ବଲପୁର ବନ୍ଦ

ସତ୍ୟଶିଖା(ସମ୍ବଲପୁର )୨୬.୧୦ .୨୦୨୧ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନକୁ ଜୋର କରିଛି ବିଜେପି। ଗତକାଲି ମୟୂରଭଞ୍ଜ ବନ୍ଦ ପରେ ଆଜି ଦଳ ପକ୍ଷରୁ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଦଳ ପକ୍ଷରୁ ଆଜି ସମ୍ବଲପୁରରେ ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।

ସକାଳୁ ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବିଜେପି କର୍ମୀ। ଏହାର ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ଏହାସହ ବିଭିନ୍ନ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯାଇଛି। ତେବେ ଏହି ବନ୍ଦରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି। ବନ୍ଦକୁ ଦୃଷ୍ଟିରେ ରଖି ପୁଲିସ୍ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ମମିତା ହତ୍ୟା ମାମଲାର ତଦନ୍ତ ସିବିଆଇ ଦ୍ୱାରା କରାଇବାକୁ ତଥା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ବିଜେପି। ଏହାସହ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଦଳ ପକ୍ଷରୁ ଦାବି କରାଯାଇଛି।

Exit mobile version