ଶନିବାର ରାଶିଫଳ: କେମିତି କଟିବ ଆଜିର ଦିନ


ମେଷ – ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । କେତେକ ସମସ୍ୟାକୁ କେନ୍ଦ୍ର କରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।
ବୃଷ – ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରି ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ମିଥୁନ – କର୍ମକ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତି ହେଲେ କିଛି ଅସୁବିଧା ହେବନି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
କର୍କଟ – ଆତ୍ମୀୟଜନଙ୍କ ସହଯୋଗରେ ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ସିଂହ – ସରକାରୀ କାମରେ ଆଜି ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
କନ୍ୟା – କୌଣସି କ୍ଷେତ୍ରରେ ବିବାଦୀୟ ବିଷୟକୁ ନେଇ ମୁଣ୍ଡ ନ ପୂରାଇବା ଭଲ ହେବ । ବାରମ୍ବାର ଜାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରିଟିର ମନୋଭାବ ବଦଳିଯିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ତୁଳା – ଅତୀତରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହେବ । ମାଙ୍ଗଳିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ବିଛା – କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସ୍ଥଗିତ କାମକୁ ପୂରା କରିବେ । ଶୁଭ ଅଙ୍କ ଧୂସର । ଶୁଭ ଅଙ୍କ ୨ ।
ଧନୁ – ପାରିବାରିକ ଅସ୍ଥିରତା କାରଣରୁ ଭଲ କଥାକୁ ଭୁଲ୍ ବୁଝିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ମକର – ମାନସିକ ଅସ୍ଥିରତା କାରଣରୁ ଭଲ କଥାକୁ ଭୁଲ୍ ବୁଝିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
କୁମ୍ଭ – ପାରିବାରିକ ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାଯ୍ୟ ଦରକାର ପଡିପାରେ । କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ମୀନ- ଆକସ୍ମିକ ଭାବରେ ଅନ୍ୟର କାମରେ ବାହାରକୁ ଯିବାକୁ ପଡିପାରେ । ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୭ ।