ଶନିବାର ରାଶିଫଳ: କେମିତି କଟିବ ଆଜିର ଦିନ


ସତ୍ୟଶିଖା(ଭୁବନେଶ୍ୱର )୨୬.୧୧.୨୦୨୨:
ମେଷ: ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ଉନ୍ନତି ହେବ ।
ବୃଷ:ଶତ୍ରୁମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବା ସହ ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ।
ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ ।
କର୍କଟ: ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ପୈତୃକ ସମ୍ପତ୍ତି ପାଇଁ ଦୀର୍ଘ ଦିନ ଧରିଥିବା ଚାଲିଥିବା ପାରିବାରିକ ଦ୍ୱନ୍ଦ୍ୱର ସମାଧାନ ହେବ । ଉପରିସ୍ଥ ଅଧିକାରୀ ଆପଣଙ୍କ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାର ସୁଯୋଗ ପାଇବେ।
ସିଂହ: ଶିକ୍ଷା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହେବା ଫଳରେ ଆଶ୍ୱସ୍ତି ଲାଭ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
କନ୍ୟା: ପାରିବାରିକ ଜୀବନରେ ଶାନ୍ତି ମିଳିବା ସହ ଭାଇ ଭଉଣୀମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ।