ଦେଶନ୍ୟୁଜ୍ସ୍ୱାସ୍ଥ୍ୟ

ଦେଶରେ ୧୩,୬୧୫ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟହାର ୯୮.୫୦%

ସତ୍ୟଶିଖା( ନୂଆଦିଲ୍ଲୀ )୨୧.୦୭ . ୨୦୨୨:  ଦେଶରେ ଗତକାଲି ତୁଳନାରେ ଆଜି ଚିହ୍ନଟ ହୋଇଥିବା  ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି। ୨୪ ଘଣ୍ଟାରେ ଆଉ ୧୩ ହଜାର ୬୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୬,୫୨,୯୭୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୪୭୪ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ସେହିପରି ଆଉ ୧୩,୨୬୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୯,୯୬,୪୨୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୫୦%। ଆଉ ୧,୩୧,୦୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%।
ଦିନକରେ ୨,୭୮,୨୬୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୬,୬୮,୮୮,୯୮୦ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ପୂର୍ବରୁ ୧୧,୪୪,୧୭୮ ଟିକା ନେଇଥିବା ବେଳେ ମୋଟ ୧,୯୮,୮୮,୭୭,୫୩୭ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୧,୦୦,୧୭୮ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Show More
Back to top button