ସତ୍ୟଶିଖା (ଭୁବନେଶ୍ୱର) ୬/୧୧/୨୦୨୦: ରାଜ୍ୟରେ ଏବେ ଖୋଲିବନି ସ୍କୁଲ । ନଭେମ୍ବରରେ ସ୍କୁଲ ଖୋଲିବା ନିଷ୍ପତ୍ତି ସାମୟିକ ସ୍ଥଗିତ ରଖାଯାଇଛି । ସ୍କୁଲ ଖୋଲିବା ନିଷ୍ପତ୍ତି ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି ।
ଡିସେମ୍ବରରେ କରୋନାର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି । ଏ ନେଇ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଛି । ସ୍ଵାସ୍ଥ ବିଭାଗର ପରବର୍ତ୍ତୀ ଗାଇଡ୍ ଲାଇନ୍କୁ ଅପେକ୍ଷା କରାଯାଇଛି । ପରବର୍ତ୍ତୀ ଗାଇଡ୍ ଲାଇନ୍ ଆସିବା ପରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।