ବୁଧବାର ରାଶିଫଳ : କେମିତି କଟିବ ଆଜିର ଦିନ


ସତ୍ୟଶିଖା,(ଭୁବନେଶ୍ୱର) ୨୪ .୦୩ .୨୦୨୧:
ମେଷ – ଆଜି ଆନୁଷ୍ଠାନ୍ଖଳ କାମ, ପରିବାର, ଯାନବାହନ, ସଭାସମିତିରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରହିବା ଜରୁରୀ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ବୃଷ – କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାରେ ସଫଳ ହେବେ, କିନ୍ତୁ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିବ । ମାଙ୍ଗଳିକ କାମ ସକାଶେ କୌଣସି ଉପକରଣ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ମିଥୁନ – ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ । ଆକସ୍ମିକ ଭାବରେ ଆଗନ୍ତୁକ ଅତିଥିଙ୍କ ଚର୍ଚ୍ଚାକୁ ନେଇ ମନ ଖୁସି ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
କର୍କଟ – ଆପଣ ଯାହା ଓ ଯେପରି ଭାବୁଛନ୍ତି ତାହା ହିଁ ହେବ ଓ ପାଇବେ, କିନ୍ତୁ ପରିଣତ ସମୟକୁ ଅପେକ୍ଷା କରିବାକୁ ପଡିବ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ସିଂହ – ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
କନ୍ୟା – ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ପାରେ ଚିନ୍ତି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ତୁଳା – ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ । ବିଶେଷ ଭ୍ରମଣ କାରଣରୁ ସାମୟିକ ଭାବରେ ଶାରୀରିକ ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ବିଛା – କାମ ହାସଲର ଖୁସି କାରଣରୁ ପ୍ରବଣତାବଶତଃ ଏଣୁତେଣୁ କହିବା ସମସ୍ୟାର କାରଣ ହେବ । ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଧନୁ – ଆଜି ବନ୍ଧୁମାନଙ୍କ କଥାରେ ପଡି ମନୋରଞ୍ଜନ କାର୍ଯ୍ୟରେ ରୁଚି ବଃିବ, କିନ୍ତୁ ଶାନ୍ତି କିମ୍ବା ସନ୍ତୋଷ ପାଇ ପାରିବେ ନାହିଁ । ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବନ୍ଧ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ମକର – ସବୁ ସମୟରେ ନିଜ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ସହ-ଯୋଗ ଆଶା ରଖି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
କୁମ୍ଭ – ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରି ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ମୀନ – ଆଜି ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ । ବୁଝାମଣା ମାଧ୍ୟମରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ । ବ୍ୟବସାୟ , ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।