

ସତ୍ୟଶିଖା( ବାରିପଦା )୨୮.୧୦.୨୦୨୨: ପର୍ଯ୍ୟଟକଙ୍କ ଭ୍ରମଣ ଓ ରାତ୍ରିଯାପନ ପାଇଁ ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବା ନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବାରିପଦା ପିଠାବଟା ପ୍ରବେଶ ଫାଟକ ଦେଇ ଅଗ୍ରୀମ ବୁକିଂ କିମ୍ବା ପ୍ରଥମେ ପହଞ୍ଚିଥିବା ୨୫ଟି ଗାଡି ଏବଂ ଯଶିପୁର କାଳିଆଣୀ ପ୍ରବେଶ ଫାଟକ ପଟୁ ୩୫ଟି ଗାଡିକୁ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ପ୍ରବେଶ ପାଇଁ ସକାଳ ୬ଟାରୁ ୯ଟା ମଧ୍ୟରେ ଅନୁମତି ପତ୍ର ନେଇ ପାରିବେ।
ପର୍ଯ୍ୟଟକଙ୍କ ଯାନ, ପର୍ଯ୍ୟଟକ ଏବଂ ତାଙ୍କ ସମସ୍ତ ଜିନିଷପତ୍ର ପ୍ରବେଶ ଓ ପ୍ରସ୍ଥାନ ଫାଟକରେ ଯାଞ୍ଚ କରାଯିବ। ଅପରାହ୍ନ ୩ ଘଟିକା ପୂର୍ବରୁ ସମସ୍ତ ପର୍ଯ୍ୟଟକ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ ଓ ଅପରାହ୍ନ ୪ଟା ପୂର୍ବରୁ ଚହଲା ସ୍ଥାନରୁ ଛାଡିବେ। କୌଣସି କାରଣରୁ ଯାନ ଖରାପ ହେଲେ ସେହି ଯାନରେ ଥିବା ପର୍ଯ୍ୟଟକମାନଙ୍କୁ ବାରିପଦା କିମ୍ବା ଯଶିପୁର ବସଷ୍ଟାଣ୍ଡ ପହଞ୍ଚାଇବାକୁ ଅଗ୍ରୀମ ୪ହଜାର ଟଙ୍କା ଜମା କରିବା ପରେ ବିଭାଗ ପକ୍ଷରୁ ସେମାନଙ୍କୁ ସ୍ଥାନାନ୍ତର କରାଯିବ।