ସତ୍ୟଶିଖା (ଭୁବନେଶ୍ୱର) ୦୨/୧୨/୨୦୨୦ : ରାଜ୍ୟରେ ଏବେ ପ୍ରବଳ ଶୀତ ଅନୁଭୂତ ହେଲାଣି । ୪ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଥିବା ବେଳେ ସୋନପୁର ରାଜ୍ୟର ସବୁଠାରୁ ଥଣ୍ଡା ସହରରେ ପରିଣତ ହୋଇଛି । ଏଠାରେ ସର୍ବନିମ୍ନ ତାପମାତ୍ରା ୮.୮ ଡିଗ୍ରୀ ରେକର୍ଡ କରାଯାଇଛି । ଏବେ କିଛି ଦିନ ରାଜ୍ୟର ତାପମାତ୍ରା ଏମିତି ହିଁ ରହିବ । ୪/୫ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ଶୁଖିଲା ଓ ଖରାଟିଆ ରହିଥିଲା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମ୍ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରେକର୍ଡ ହୋଇଛି । ୧୦ ଡିଗ୍ରୀରୁ ତଳକୁ ରାଜ୍ୟର ୪ସହରର ପାରଦ ଖସିଛି ।
ସୋନପୁର ସବୁଠାରୁ ଥଣ୍ଡା ଅଂଚଳ
