ଦେଶନ୍ୟୁଜ୍ବାଣିଜ୍ୟରାଜ୍ୟ

ସ୍ଵତନ୍ତ୍ର ବିମାନ ଉଡିବ ଭୁବନେଶ୍ୱରରୁ ପୁନେ

ସତ୍ୟଶିଖା (ଭୁବନେଶ୍ୱର) ୧୨/୦୧/୨୦୨୧ : ଭୁବନେଶ୍ୱରରୁ ପୁନେକୁ ଉଡିବ ବିମାନ । ଲୋକଙ୍କ ସୁବିଧା ପାଇଁ ଏୟାର ଏସିଆର ସ୍ବତନ୍ତ୍ର ବିମାନ ଚଳାଚଳ କରିବ । ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୩ ମାସ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏହି ବିମାନ ଚଳାଚଳ ହେବା ଦ୍ବାରା ଓଡିଶାରେ ଉନ୍ନତ ଯୋଗାଯୋଗ ସହ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ବପୂର୍ଣ୍ଣ ସାବ୍ୟସ୍ତ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଟ୍ବିଟ୍ ରେ ଉଲ୍ଲେଖ ରହିଛି ଯେ, ‘ଲୋକଙ୍କ ସୁବିଧା ପାଇଁ ଭୁବନେଶ୍ୱର-ପୁନେ ମଧ୍ୟରେ ଏୟାର ଏସିଆର ସ୍ଵତନ୍ତ୍ର ବିମାନ ଚଳାଚଳ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ୩ ମାସ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏହି ବିମାନ ସେବା ଓଡିଶାରେ ଉନ୍ନତ ଯୋଗାଯୋଗ ସହ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ବପୂର୍ଣ୍ଣ ସାବ୍ୟସ୍ତ ହେବ।’

Show More
Back to top button