ସତ୍ୟଶିଖା( ଭୁବନେଶ୍ୱର )୧୬.୦୮ . ୨୦୨୨: ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା । ରାତି ୯ ଟାରୁ ୧୨ ଟା ଭିତରେ ଖଇରମାଳରେ ସର୍ବାଧିକ ପାଣି ପାସ୍ କରିଛି । କାଲି ରାତିରେ ଖଇରମାଳରେ ୧୨,୦୬ ଲକ୍ଷ କ୍ୟୁସେକ ପାସ କରିଛି । କାଲି ଖଇରମାଳ ପାସ କରିଥିବା ପାଣି ଆଜି ସଂଧ୍ୟାରେ ଏଠି ପହଁଚିବ । ଆଜି ସଂଧ୍ୟାରେ ମୁଣ୍ଡଳି ଠାରେ ସର୍ବାଧିକ ପାଣି ପାସ କରିବା ଆକଳନ । ସଂଧ୍ୟାରେ ମୁଣ୍ଡଳିରେ ସର୍ବାଧିକ ସାଢେ ୧୧ ଲକ୍ଷ ପାସ କରିପାରେ ।
ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ର ସମୀକ୍ଷା କରିଛନ୍ତି । ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବନ୍ୟା ସ୍ଥିତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା: ସଂଧ୍ୟାରେ ସର୍ବାଧିକ ପାଣି !
