ଆସନ୍ତା ୪ ଦିନ ଯାଏ ଝଡ଼ବର୍ଷା ! ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା l

ସତ୍ୟଶିଖା ୯ .୦୯.୨୦୨୦ : ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବା ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ବାସ କହିଛନ୍ତି ଯେ ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, କଟକ, ଜଗତ୍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହୋଇପାରେ । ତେବେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୦ ତାରିଖ ଦିନ ମଧ୍ୟ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ୧୧ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜର କିଛି କିଛି ସ୍ଥାନରେ ଏବଂ ୧୨ ତାରିଖ ଦିନ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଏହି ୪ ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Exit mobile version