ଦୁର୍ଘଟଣାନ୍ୟୁଜ୍ରାଜ୍ୟ

ଆତ୍ମାହୁତି ଉଦ୍ୟମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ

ସତ୍ୟଶିଖା (ଖୋର୍ଦ୍ଧା) ୦୪/୦୧/୨୦୨୧ :  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ । ଖୋର୍ଦ୍ଧା ଜିଲ୍ଳାପାଳଙ୍କ ସାମ୍ନାରେ ଏଭଳି ଘଟଣା ଦେଖିବାକୁ ମିଳିଛି । ସାଇବର ଠକଙ୍କ ଦ୍ବାରା ୧୬ ଲକ୍ଷ ୩୨ ହଜାର ଟଙ୍କାର ଠକେଇର ଶିକାର ହୋଇଥିଲେ ଖୋର୍ଦ୍ଧା ବୋଲଗଡ ଥାନା ବାଙ୍କୋଇ ଗ୍ରାମର ବ୍ରଜବନ୍ଧୁ ସାହୁ । ଏ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ କିରୋସିନ୍ ଢ଼ାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସ୍ଥାନୀୟ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ଗିରଫ କରିଛି ।

ଠକେଇର ଶିକାର ହୋଇଥିବା ବ୍ରଜବନ୍ଧୁ ଏ ନେଇ ଗତ ୧୫ ଦିନ ତଳେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ।  ବିଦେଶୀ ୱେବସାଇଟରେ ୧୬ ଲକ୍ଷ ୩୨ ହଜାର ଟଙ୍କା ଠକେଇର ଶିକାର ହୋଇ ଗତ ୧୫ ଦିନ ତଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ । ଏହି ଘଟଣାର ତଦନ୍ତ କରି ଟଙ୍କା ଫେରାଇବାକୁ ଜିଲ୍ଲାପାଳଙ୍କୁ ମଧ୍ୟ ଅନୁରୋଧ କରିଥିଲେ । ହେଲେ ଏପର୍ଯ୍ୟନ୍ତ ସେ ଟଙ୍କା ଫେରି ପାଇ ନାହାନ୍ତି । ତେଣୁ ବାଧ୍ୟ ହୋଇ ବ୍ରଜବନ୍ଧୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଛନ୍ତି ।

Show More
Back to top button