ରବିବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ( ରବିବାର ) ୨୩ . ୦୮.୨୦୨୦ :
ମେଷ – ଗତକାଲି ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । ଶନିଙ୍କ ପ୍ରଭାବରୁ କାମ ଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ବୃଷ – ପାରିବାରିକ ସମସ୍ୟାକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ସକାଶେ ମନ ବଳାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ମିଥୁନ – ଆଜି ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
କର୍କଟ – କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ଅସୁବିଧା ହେବନି । ନିର୍ମାଣ କାର୍ଯ୍ୟ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ସିଂହ – ବନ୍ଧୁଙ୍କ ସାହାର୍ଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍ ହୋଇଯିବ । ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
କନ୍ୟା – ଆଜି ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ଅପୂରଣୀୟ ଆଶା ମନକୁ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତି ରହିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ତୁଳା – ଆଜି ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ । ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ବିଛା – ଅଧିକାଂଶ ସମୟ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଧନୁ – ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ । ଆଜିର ଯାତ୍ରା, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ମକର – ଆଜି ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ । ପରିବାରରେ ଶାନ୍ତି ଫେରି ଆସିବ । ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
କୁମ୍ଭ – ସଠିକ୍ ମାର୍ଗରେ ପରିଚାଳିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ମୀନ – ବଳବାନ୍ ଶତ୍ରୁକୁ ଅତି ସହଜରେ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।