ରବିବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ( ରବିବାର ) ୩୦ .୦୮.୨୦୨୦ :
ମେଷ – ମଙ୍ଗଳଙ୍କ ପ୍ରଭାବରୁ ଆରୋଗ୍ୟ ଲାଭ ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, କିନ୍ତୁ ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ବୃଷ – ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକୃତ ହେବେ । ପରିବାର ମଧ୍ୟରେ ସମସ୍ୟାର ଗୁରୁତ୍ୱ ଉପଲବ୍ଧି କରି ବିହିତ ପଦକ୍ଷେପ ନେବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ମିଥୁନ – ପରିବାରରେ ସମସ୍ୟା ଲାଗି ରହିବା କରନରୁ ବ୍ୟବସାୟକୁ ସଙ୍କୁଚିତ କରି ନେଇପାରନ୍ତି । ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇ ପରିସ୍ଥିତିକୁ ଲାଘବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
କର୍କଟ – ଦୀର୍ଘଦିନ ପରିଶ୍ରମର ସାର୍ଥକତା ସ୍ୱରୂପ ସଫଳତାରେ ଆନନ୍ଦ ଅନୁଭବ କରିବେ । ଆଜିର ଅପରାହ୍ନରେ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ସିଂହ – ନିଜ ପରିସରରେ ରହୁଥିବା ବ୍ୟକ୍ତିମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । ବହୁତ ଦିନରୁ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
କନ୍ୟା – ଆପଣଙ୍କ ସରଳତାର ସୁଯୋଗ ନେଇ କୋଣସି ବ୍ୟକ୍ତି କ୍ଷତି ସାଧନ କରିପାରେ । ଅନ୍ୟକୁ ଦେଇ ଥିବା ଟଙ୍କା ଫେରିପାଇବା ପାଇଁ ବିବାଦ ଭିତରକୁ ଟାଣି ହେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ତୁଳା – ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇ ଖୁସି ହେବେ । ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ । ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ବିଶେଷ ଭଲ ରହି ନ ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ବିଛା – ଅତୀତ ଦିନର କେତେକ କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ୱାର୍ଥବାଦୀ ହୋଇ ପଡିବା କାରଣକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଧନୁ – ନୂତନଭାବେ ଆରମ୍ଭ କରିଥିବା କାମରେ ପ୍ରତିବନ୍ଧକ ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ସ୍ୱାର୍ଥସାଧନାରେ ନିରାଶ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ମକର – ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମନା ହେତୁ ସମସ୍ୟା ବଢିପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ବିଶୃଙ୍ଖଳିତ ସ୍ୱଭାବ ଯୋଗୁ ବିଚଳିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
କୁମ୍ଭ – ବନ୍ଧୂବାନ୍ଧବଙ୍କ ସମ୍ପର୍କରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଅଫିସରେ ଆଲୋଚନା କାଳରେ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ମୀନ – ପାଖ ପଡୋଶୀଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବାର ସୂଚନା ରହିଛି । ପରିବହନରେ ଝଗଡାର ସମ୍ଭାବନା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।