ରବିବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ( ରବିବାର ) ୨୦ .୦୯.୨୦୨୦ :
ମେଷ – ଆଜିର କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ସେବା ମନୋବୃତ୍ତିରୁ ପ୍ରଶଂସିତ ହେବେ । ପିଲାଙ୍କ ଶିକ୍ଷା ଓ ଆଗାମୀ ପରୀକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ବୃଷ – ସାମାଜିକ ସ୍ତରରେ ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ୱୀକାର କରିବାକୁ ପଡିବ । ଅପ୍ରିୟ ସତ୍ୟ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ମିଥୁନ – ଆପଣ ମନେ ମନେ ଚିନ୍ତା କରିଥିବା କାମଗୁଡିକ ଆଜି ବାସ୍ତବରେ ଓଲଟା ହେବ । ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପଦ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
କର୍କଟ – କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆବଶ୍ୟକତା ପୁରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ସିଂହ – ବିଭିନ୍ନ ସମସ୍ୟା ମଧ୍ୟରେ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଅଫିସରେ ନୁତନ ଦାୟିତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
କନ୍ୟା – ସ୍ୱଜନଶତ୍ରୁତା ଯୋଗୁଁ କାର୍ଯ୍ୟଗୁଡିକ ମଧ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । ଆର୍ଥିକ ସ୍ଥିତି ଉନ୍ନତ ରହିବା ସହ ପାରିବାରିକ ଜୀବନ ସୁଖରେ ଅତିବାହିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ତୁଳା – କର୍ମକ୍ଷେତ୍ରରେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ । ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ବିଛା – ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରନ୍ତୁ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଧନୁ – ମନର ବଳ ଖୁବ୍ ଟାଣ ରହିବା ଏବଂ ଜିଦ୍ ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ । ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ, ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ମକର – କାମ ହାସଲ ହେବା କରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । କର୍ମକ୍ଷେତ୍ରରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
କୁମ୍ଭ – ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । କାର୍ଯ୍ୟହାନି ସଙ୍ଗକୁ ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ପରିଣାମ ସୃୃଷ୍ଟି କରିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ମୀନ – କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି । ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଭାବୁଥିବା କାମଟିକୁ ଶେଷ କରିପାରିବେନି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।