ସତ୍ୟଶିଖା ( ରବିବାର ) ୦୯.୦୮.୨୦୨୦ :
ମେଷ – ଅନ୍ୟ ମନସ୍କ ରହିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ ।
ବୃଷ – କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଲଟରୀରୁ ହଠାତ୍ କିଛି ଅର୍ଥ ମିଳିପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ମିଥୁନ – ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ । କର୍ମ ଚଞ୍ଚଳ ରହିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି ।
କର୍କଟ – କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସର୍ତକତାରେ ଚଳିବାକୁ ପଡିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ବିବାଦରେ ବିଜୟୀ ହେବେ ।
ସିଂହ – ପରର ଉପକାର କରି ନିଜେ କ୍ଷତି ସହିପାରନ୍ତି । ଭାଗ୍ୟଶାଳୀ ହେବେ । ବିଭିନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି । ମିତ୍ର ସୁଖ ମିଳିବ । ମଧୁରଭାଷୀ, ସହନଶୀଳ, ଉଦାରପ୍ରେମୀ ହେବେ ।
କନ୍ୟା – କାର୍ଯ୍ୟରେ ଢେର ଅଗ୍ରଗତି ଘଟିବ । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ତତ୍ଜନିତ ଧନଲାଭ ହୋଇପାରେ ।
ତୁଳା – ଭଲ ଆୟ ହେବାର ସୂଚନା ମିଳୁଛି । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ ।
ବିଛା – ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବେ ।
ଧନୁ – କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ପାରିବାରିକ ସୁଖ ମିଳିବ ।
ମକର – ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
କୁମ୍ଭ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ମନା । ଆପଣଙ୍କ ପରାମର୍ଶ ଉପାଦେୟ ହେବ ।
ମୀନ – ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟ ଲାଭଜନକ ହେବ । ବନ୍ଧୁ ସହାୟତା ମିଳିପାରେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି । ମନରେ ଅହଂଭାବ ରହିବ ।