ରାଜ୍ୟ

୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସତ୍ୟଶିଖା(ଭୁବନେଶ୍ୱର )୧୬.୦୯ .୨୦୨୧:  ଆସୁଛି ଆଉ ଏକ ଲଘୁଚାପ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ପଶ୍ଚିମବଙ୍ଗ ଆଡେ ମୁହାଁଇବ । ଏହାର ପ୍ରଭାବରରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ୧୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଅଧା ଓଡ଼ିଶାକୁ ଭିଜାଇବ ବୋଲି ଜଣାପଡ଼ିଛି ।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ୧୮ ତାରିଖରେ ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ । ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଭଦ୍ରକ, ବାଲେଶ୍ୱର. ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖରେ ଉତର-ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାରେ ଅଧିକ ବର୍ଷିବ । ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ଦେବଗଡ ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏନେଇ ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ସେ କହିଛନ୍ତି ଯେ ୧୮ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ  କେନ୍ଦ୍ରୀଭୂତ ହେବ ।  ତେବେ ଏହା ବେଶୀ ଘନୀଭୂତ ହେବ ନାହିଁ । ଅତିବେଶୀରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।  ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ । ୧୯ ଓ ୨୦ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।  ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।  ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ ।  ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନରେ ସେପରି ବଡ଼ ବର୍ଷା ହେବନି ।  ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ମଧ୍ୟ ବେଶୀ ବର୍ଷା ହେବନାହିଁ ବୋଲି ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Show More
Back to top button