ନ୍ୟୁଜ୍ରାଜ୍ୟ

ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନକରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ସତ୍ୟଶିଖା (ଭୁବନେଶ୍ୱର) ୨୫.୦୪.୨୦୨୨: ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନକରିବାକୁ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସହରାଞ୍ଚଳ ସହ ଗ୍ରାମାଞ୍ଚଳରେ ଯେପରି ବିଦ୍ୟୁତ୍‌ ଯୋଗାଣ ନିବଚ୍ଛିନ୍ନ ରହିବ ସେନେଇ ଧ୍ୟାନ ଦେବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଏଥି ସହିତ ରାଜ୍ୟରେ ଅସହ୍ୟ ଖରା ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ସରକାର ସଜାଗ ରହିଛନ୍ତି । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ହେବା ପରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।

Show More
Back to top button