ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୪ ମୃତ

ସତ୍ୟଶିଖା(ଭୁବନେଶ୍ୱର )୦୧.୧୦ .୨୦୨୧:  ରାଜ୍ୟରେ ଖସିଛି ସଂକ୍ରମଣ । ମୃତ୍ୟୁ ସଂଖ୍ୟା ବି କମିଛି । ଆଜି ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ନୟାଗଡ, ଜଗତସିଂହପୁର, ମୟୂରଭଞ୍ଜ ଓ କଟକରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button