

ସତ୍ୟଶିଖା(ବରଗଡ଼) ୧୩.୧୧.୨୦୨୧:ଆଜି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡ଼ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟକାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ହେଲେ ମମିତାଙ୍କୁ ନ୍ୟାୟ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଜୋରଦାର ବିରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି କଂଗ୍ରେସ ଓ ବିଜେପି। ଏହାକୁ ଆଖି ଆଗରେ ରଖି ପୁଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ବିଜେପି କୃଷକ ମୋର୍ଚ୍ଚା ସଭାପତିଙ୍କ ସମେତ ୧୨ କର୍ମୀ ଓ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ୫ ଜଣ କର୍ମୀଙ୍କୁ ଉଠାଇ ନେଇଛି ପୁଲିସ୍।
ସୂଚନାଯୋଗ୍ୟ. ଆଜି ବରଗଡ଼ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର ଶୁଭାରମ୍ଭ କରିବେ । ଏହି ଅବସରରେ ବରଗଡ଼ ଜିଲ୍ଲାର ୧୨ଟି ବ୍ଲକରେ ୩ ଲକ୍ଷ ୬୩ ହଜାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟାଯିବ । ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିବା ପରେ ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ଏହାକୁ ବଣ୍ଟନ କରାଯିବ । ଏହାସହ ହାଇସ୍କୁଲଗୁଡିକର ଉନ୍ନତୀକରଣ ନେଇ ଭିଡିଓ ପ୍ରଦର୍ଶିତ ହେବ । ବିଜେପୁର ସାଧାରଣ ସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ।