

ସତ୍ୟଶିଖା( ଭୁବନେଶ୍ୱର )୦୪.୧୧.୨୦୨୨: ଏମ୍ସରୁ ଗିରଫ ହେଲେ ଦଲାଲ। ଟିକେଟ ଦଲାଲ କରୁଥିବା ଅଭିଯୋଗରେ ୧୨ ଜଣ ଦଲାଲଙ୍କୁ ଥାନାକୁ ଉଠାଇ ଆଣିଲା ପୋଲିସ୍। ଦୀର୍ଘଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ।
ରୋଗୀ ଡାକ୍ତରଙ୍କ ପରାମର୍ଶ ପାଇଁ ମାଗଣା ସେବା ଉପଲବ୍ଧ ଥିବା ସତ୍ୱେ ସେମାନେ ହନ୍ତସନ୍ତ ହେଉଥିଲେ। ଦଲାଲ ମାନେ ଆଗୁଆ ଟିକେଟ କାଟି ରୋଗୀଙ୍କୁ ୪ରୁ ୫ହଜାର ଟଙ୍କାରେ ବିକୁଥିଲେ। ଏନେଇ ଖଣ୍ଡଗିରି ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଆଜି ଚଢାଉ କରି ୧୨ ଜଣକୁ ଗିରଫ କରିଥିବା ବେଳେ ଧରପଗଡ଼ ଜାରି ରହିଛି । ଆଗକୁ ଦଲାଲଙ୍କ ସଂଖ୍ୟା ବଢିବ ବୋଲି ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।