ନ୍ୟୁଜ୍ରାଜ୍ୟ

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସତ୍ୟଶିଖା(ଭୁବନେଶ୍ୱର )୦୧.୧୦ .୨୦୨୧:  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ୱେଲମାର୍କ ଲୋ ପ୍ରେସର ଦୁର୍ବଳ ହେଉଛି । ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିବ । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଝାଡଖଣ୍ଡ ଉପରେ ୱେଲମାର୍କ ଲୋ ପ୍ରେସର ହୋଇରହିଛି ।

ଏହାର ପ୍ରଭାବ ଓଡିଶା ଉପକୂଳରେ ପଡିବ ନାହିଁ । କିନ୍ତୁ ରାଜ୍ୟର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ୧୨ ଘଣ୍ଟା ପର୍ୟ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଏବଂ ଅନୁଗୋଳ ରହିଛି ।

Show More
Back to top button