ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୮୪ କୋଭିଡ୍ ପଜିଟିଭ୍ ଚିହ୍ନଟ

ସତ୍ୟଶିଖା,(ଭୁବନେଶ୍ୱର) ୧୮.୦୩ .୨୦୨୧ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୪୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୬୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୭୧୨୧୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Show More
Back to top button