

ସତ୍ୟଶିଖା ( ଟାଙ୍ଗୀ )୦୬.୦୧.୨୦୨୨ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ଆଶ୍ରମ ବିଦ୍ୟାଳୟରେ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ । ଗତ ଦୁଇ ଦିନ ମଧ୍ୟରେ ୯ ଜଣ ଛାତ୍ରଛାତ୍ରୀ ଏବଂ ଜଣେ କର୍ମଚାରୀ କୋଭିଡ୍ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଫଳରେ ସ୍କୁଲକୁ ବନ୍ଦ କରିବା ପାଇଁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୯୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୫୫୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୮୯୪୦୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।