ଆଉ ୩ ‘କରୋନା’ ଆକ୍ରାନ୍ତ ଚିହ୍ନଟ; ସେମାନେ କେଉଁ ଜିଲ୍ଲାରେ ପଢ଼ନ୍ତୁ


ଭୁବନେଶ୍ୱର(ଓଡ଼ିଶା ରିପୋର୍ଟ): ରାଜ୍ୟରେ ଆଉ ୩ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ରେ ପ୍ରକାଶ ପାଇଛି। ଏମାନଙ୍କୁ ମିଶାଇ ରାଜ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।
ଆହୁରି ପଢ଼ନ୍ତୁ
ଆଜି ସକାଳେ ୧୪ ଜଣ କରୋନା ‘ଆକ୍ରାନ୍ତ’ ଚିହ୍ନଟ ହୋଇଥିଲେ। ସେଥିରୁ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଅଛନ୍ତି। ଅପରାହ୍ନରେ ଆଉ ୩ ‘ଆକ୍ରାନ୍ତ’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।
ଆଜି ସୁଦ୍ଧା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୩୦୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି।






