ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟର ୨୪ଟି ଜିଲ୍ଲାରୁ ଆଜି ୨୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୮, ଭଦ୍ରକରୁ ୪, ବଲାଙ୍ଗୀରରୁ ୭ ଜଣ, କଟକରୁ ୪୯ ଜଣ, ଦେବଗଡ଼ରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦୁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୬୬, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ ଜିଲ୍ଲାରୁ ୧୪ ଜଣ, ନୂଆପଡ଼ାରୁ ୩, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୯, ୯୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୯, ୦୦୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More
Back to top button