ନ୍ୟୁଜ୍ରାଜନୀତିରାଜ୍ୟ

ଭୁବନେଶ୍ୱର ବିମାନବନ୍ଦରରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ସତ୍ୟଶିଖା(ଭୁବନେଶ୍ୱର)୨୩.୦୬. ୨୦୨୨ : ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏମସିଏଲ ଗେଷ୍ଟ ହାଉସରୁ କଡ଼ା ସୁରକ୍ଷାରେ ସେ ବିମାନବନ୍ଦରରେ ପହଞ୍ଚିଛନ୍ତି । ୯ଟା ୪୦ରେ ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ଦ୍ରୌପଦୀ । ବିମାନବନ୍ଦରରେ ବନ୍ଧୁ, ଶୁଭେଚ୍ଛୁ ଓ ସମର୍ଥକଙ୍କ ଭିଡ଼ ଦେଖିବାକୁ ମିଳିଛି । ଆଦିବାସୀଙ୍କ ନାଚଗୀତରେ ଦୁଲୁକିଛି ବିମାନବନ୍ଦର ପରିସର ।

ଦିଲ୍ଲୀ ଯାତ୍ରା ପୂର୍ବରୁ ସଂକ୍ଷିପ୍ତ ପ୍ରତିକ୍ରିୟା ରଖିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି ଦ୍ରୌପଦୀ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଦ୍ରୌପଦୀ । ଦ୍ରୌପଦୀ ମୁର୍ମୁଙ୍କ ସହ ଦିଲ୍ଲୀ ଯିବେ ୬ବିଧାୟକ ।

ଭୁବନେଶ୍ବରରୁ ବିମାନ ‌ଯୋଗେ ଦିଲ୍ଲୀରେ ପହଂଚିବା ପରେ ସେଠାରୁ ସେ ସିଧାସଳଖ ଓଡ଼ିଶା ଭବନ ଆସିବେ। ଓଡ଼ିଶା ଭବନରେ ସେ ରହିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସେ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ । ନାମାଙ୍କନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଓ ବିଜେପି ରାଷ୍ଟ୍ରୀୟ ସଭାପତି ଉପସ୍ଥିତ ରହିବେ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ବିଜେଡି । ଅନ୍ୟପଟେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ଏକପ୍ରକାର ନିଶ୍ଚିତ ହୋଇଛି ।

ତେବେ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଯୋଗାଇ ଦିଆଯାଇଛି ଜେଡ୍‌ ପ୍ଲସ୍‌ ସୁରକ୍ଷା । କେନ୍ଦ୍ର ସରକାର ତାଙ୍କ ସୁରକ୍ଷାକୁ ବଢ଼ାଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଶ୍ରୀମତୀ ମୁର୍ମୁ ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ତଥା ଦୁଇ ଦିନ ଓଡ଼ିଶା ଭବନରେ ରହିବେ। ନାମାଙ୍କନପତ୍ର ଦାଖଲ କରି ସାରିବା ପରେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ସମ୍ଭାବନା ରହିଛି । ହେଲେ ଏ ସଂପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଏଥି ପୂର୍ବରୁ ଆଜି ଓଡ଼ିଶା ଭବନରେ ଶ୍ରୀମତୀ ମୁର୍ମୁ ରହିବା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡି ଓ କିଛି ବରିଷ୍ଠ ଅଧିକାରୀ ଓଡ଼ିଶା ଭବନରେ ଆସି ପହଞ୍ଚିଛନ୍ତି। ଓଡ଼ିଶା ଭବନରେ ରହିବା ପାଇଁ କି ଭଳି ବ୍ୟବସ୍ଥା ରହିଛି ସେ ନେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ରେଡ୍ଡି ଓଡ଼ି‌‌ଶା ଭବନ ଅଧିକାରୀମାନଙ୍କ ଆଲୋଚନା କରିଛନ୍ତି।

Show More
Back to top button