ରାଶିଫଳ

ବୁଧବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l

ସତ୍ୟଶିଖା ( ବୁଧବାର ) ୨୫/୧୧/୨୦୨୦ :

ମେଷ – କର୍ମକ୍ଷେତ୍ରରେ ଯୁକ୍ତି ଓ ଅପ୍ରିୟ  କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ । ଘରକୁ ବନ୍ଧୁ ଆସିପାରନ୍ତି । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ବୃଷ – ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମିଥୁନ – ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଶାରୀରିକ ସୁସ୍ଥତା ରହି ନ ପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ  ବଢିବ । ମନକଥା ମନରେ ରଖି ନ ପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

କର୍କଟ – ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି । ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଳିକେଶନ, ଆଲୋଚନା ଓ ସଭାସମିତି ସୁରୁଖୁରୁରେ ସମ୍ପନ୍ନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ସିଂହ – ସ୍ୱାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଶ୍ଚିନ୍ତାର କାରଣ ହୋଇପାରେ । କୌଣସି ଚୁକ୍ତିଭିତିକ କାମରେ ପ୍ରଥମେ ମୌଖିକ ଆଲୋଚନା କରିବା ଭଲ ହେବ । କେତେକ ଆକସ୍ମିକ ସୁଯୋଗ ହାତଛଡା ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

କନ୍ୟା – ନିଜ ସନ୍ଦେହୀ ମନୋଭାବ ହେତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ ।  ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ତୁଳା – ଅଫିସର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ବିଛା – ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ନ ବଢାଇଲେ ଅନୁତାପ କରିବାକୁ ପଡିପାରେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଧନୁ – ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମ୍ନା କରିବା ପାଇଁ ଚେଷ୍ଟl କରିବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ  ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ମକର – ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାରରେ ବିଷମତା ପରିଲକ୍ଷିତ ହେବ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

କୁମ୍ଭ  – ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଚୁକ୍ତିପତ୍ର, ସଂଗଠନ ତଥା ଆଲୋଚନା କ୍ଷେତ୍ରରେ ଜଣେ ବ୍ୟକ୍ତି ଅସୁବିଧାରେ ପକାଇବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ମୀନ – ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ । ବେଖାତିର ମନୋଭାବ ଯୋଗୁ ଚିନ୍ତିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

Show More
Back to top button