

ସତ୍ୟଶିଖା(ଭୁବନେଶ୍ୱର) ୧୯ .୦୫.୨୦୨୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୯୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ସେହିପରି କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀ, କନ୍ଧମାଳ, କଟକ, ବଲାଙ୍ଗୀର, ବରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୪୪୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫୩୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୩୬୫୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୭୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୦୫୮୩୮୬ସାମ୍ପୁଲ ଟେଷ୍ଟ୍ ହୋଇଛି ।