ରାଜ୍ୟ

କ୍ୱାରେଣ୍ଟାଇନ ସେଣ୍ଟର ନିକଟରୁ ପ୍ରବାସୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା (ମାଣିକ ଲାଲ ପାଣି): କ୍ୱାରେଣ୍ଟାଇନ ସେଣ୍ଟର ନିକଟରୁ ଜଣେ ପ୍ରବାସୀ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ଅଳାଁ ପଞ୍ଚାୟତର ଡମ୍ବୁରଡହ ସେଣ୍ଟରରେ ଘଟିଛି। ମୃତକ ହେଲେ ସୁରେନ୍ଦ୍ର ବେହେରା। ତାଙ୍କ ଘର ରାଇକମା ଗାଁରେ।

ଆହୁରି ପଢ଼ନ୍ତୁ

ମିଳିଥିବା ସୂଚନା ଅନୁସାରେ, କିଛି ଦିନ ତଳେ ସୁରେନ୍ଦ୍ର ଓ ତାଙ୍କ ସ୍ତ୍ରୀ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ। ସେମାନେ ଡମ୍ବୁରଡହ ପ୍ରାଥମିକ ସ୍କୁଲରେ ହୋଇଥିବା କ୍ୱାରେଣ୍ଟାଇନ ସେଣ୍ଟରରେ ରହୁଥିଲେ। ଆଜି ସକାଳେ ସୁରେନ୍ଦ୍ରଙ୍କ ମୃତଦେହ କ୍ୱାରେଣ୍ଟାଇନ ସେଣ୍ଟର ନିକଟରେ ଥିବା ମହୁଲ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

 

[ad_2]
Show More
Back to top button