ରାଜ୍ୟ

ଆରୋଗ୍ୟ ହେଲେ ୧୬୪ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ସତ୍ୟଶିଖା):  ଆଜି ମହାମାରୀ ‘କରୋନା’ରୁ ଆରୋଗ୍ୟ ହେଲେ ୧୬୪ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ମୋଟ୍‌ ୫୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ୧୬୪ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଅଛନ୍ତି। ସେହିପରି ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରେ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨; କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ; କେନ୍ଦୁଝରରୁ ୨; ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ସୁଦ୍ଧା ‘କରୋନା’ରେ ୭୩୧୬ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୨୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯୬୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୮ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି।

ଆହୁରି ପଢ଼ନ୍ତୁ



[ad_2]

Show More
Back to top button