ରାଜ୍ୟ

୨୫ରୁ ଝାରସୁଗୁଡ଼ା ବିମାନବନ୍ଦରରୁ ଉଡ଼ିବ ବିମାନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଆସନ୍ତା ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେଉଛି। ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମଧ୍ୟ ଦେଶର ବିଭିନ୍ନ ସ୍ଥାନକୁ ବିମାନ ଯାତ୍ରା ନେଇ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ଏଠାରୁ ବିମାନ ଉଡାଣ ପ୍ରସ୍ତୁତି ନେଇ ଜିଲ୍ଲାପାଳ, ଏସ୍‌ପି, ବିମାନବନ୍ଦରର ନିର୍ଦ୍ଦେଶକ, ଜିଲ୍ଲା ଚିକିତ୍ସାଧିକାରୀ ଓ ଅନ୍ୟ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ବସିଥିଲା।

ବିମାନ ଯାତ୍ରା ପାଇଁ ଏୟାରପୋର୍ଟ ଅଥରିଟି ଯାତ୍ରୀମାନଙ୍କ ଲାଗି ଜାରି କରିଥିବା SOP ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ମାନୁ ନ ଥିବା ଯାତ୍ରୀଙ୍କୁ ଏୟାରପୋର୍ଟରେ ପ୍ରବେଶ ଅନୁମତି ମିଳିବ ନାହିଁ। 

ଆହୁରି ପଢ଼ନ୍ତୁ

ଆସନ୍ତା ମେ୨୫ରୁ ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Spicejet ପକ୍ଷରୁ ନୂଆଦିଲ୍ଲୀ, କୋଲକାତା, ହାଇଦ୍ରାବାଦ ଏବଂ Alliance Air ପକ୍ଷରୁ ଭୁବନେଶ୍ୱର ଓ କୋଲକାତାକୁ ବିମାନ ଚାଲିବ।

କରୋନା ମୁକାବିଲା ଲାଗି ଗତ ମାର୍ଚ୍ଚ ୨୫ରୁ ବିମାନ ସେବା ବନ୍ଦ ରହିଛି।

[ad_2]
Show More
Back to top button