ଦୁର୍ଘଟଣା

କଲଭର୍ଟ ତଳକୁ ଖସିଲା ବାଇକ୍ | Satyasikha

ସୁନ୍ଦରଗଡ଼ (ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଆଲେଇକେରା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିପଡ଼ିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର କିଂଜ୍ଜିରକେଲା ଥାନା କୁଲବା ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ ଆହତ ଓ ମୃତକଙ୍କ ନାଁ ଜଣାପଡ଼ିନାହିଁ।

ଆହୁରି ପଢ଼ନ୍ତୁ

ମିଳିଥିବା ସୂଚନା ଅନୁସାରେ, ଆଜି ଦିନ ଗୋଟାଏ ସମୟରେ ତିନି ଜଣ ଯୁବକ ଏକ ମୋଟର ସାଇକେଲରେ କୁଲବାରୁ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲେ। ଏହି ସମୟରେ ଆଲେଇକେରା ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିପଡ଼ିଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଆହତ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି।

 

[ad_2]
Show More
Back to top button